Biblia Todo Logo
Bib sou entènèt

- Piblisite -




ରୋମୀୟ 8:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।

Gade chapit la Kopi

ଓଡିଆ ବାଇବେଲ

37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଯେ ଆମ୍ଭମାନଙ୍କୁ ପ୍ରେମ କରୁଛନ୍ତି, ତାଙ୍କ ସାହାଯ୍ୟରେ ଆମେ ଏ ସବୁ ଉପରେ ବିଜୟୀ ହୋଇଛୁ।

Gade chapit la Kopi

ପବିତ୍ର ବାଇବଲ

37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।

Gade chapit la Kopi




ରୋମୀୟ 8:37
25 Referans Kwoze  

କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?


Swiv nou:

Piblisite


Piblisite