Biblia Todo Logo
Bib sou entènèt

- Piblisite -




ରୋମୀୟ 8:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ପ୍ରକାଶିତ ଈଶ୍ଵରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।

Gade chapit la Kopi

ଓଡିଆ ବାଇବେଲ

39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ଊଦ୍ଧ୍ୱର୍ସ୍ଥ ବା ନିମ୍ନସ୍ଥ କୌଣସି ବିଷୟ- ସମଗ୍ର ସୃଷ୍ଟିରେ ଏପରି କୌଣସି ବିଷୟ ନାହିଁ, ଯାହା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ସେହି ପ୍ରେମରୁ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ।

Gade chapit la Kopi




ରୋମୀୟ 8:39
43 Referans Kwoze  

ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”


କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।


ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।


ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!


ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।


ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।


ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।


ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;


ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍‍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।


ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।


Swiv nou:

Piblisite


Piblisite