Biblia Todo Logo
Bib sou entènèt

- Piblisite -




ରୋମୀୟ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଶାରୀରିକ ଭାବ ମୃତ୍ୟୁଜନକ, କିନ୍ତୁଆତ୍ମିକ ଭାବ ଜୀବନ ଓ ଶାନ୍ତିଦାୟକ;

Gade chapit la Kopi

ଓଡିଆ ବାଇବେଲ

6 କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମାନବ ପ୍ରକୃତିର ବଶୀଭୂତ ହେଲେ, ପରିଣାମ ହୁଏ ମୃତ୍ୟୁ; ପବିତ୍ରଆତ୍ମାଙ୍କ ବଶୀଭୂତ ହେବା ଦ୍ୱାରା ଜୀବନ ଓ ଶାନ୍ତି ମିଳେ।

Gade chapit la Kopi

ପବିତ୍ର ବାଇବଲ

6 ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା'ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି।

Gade chapit la Kopi




ରୋମୀୟ 8:6
17 Referans Kwoze  

ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।


ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।


କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।


Swiv nou:

Piblisite


Piblisite