Biblia Todo Logo
Bib sou entènèt

- Piblisite -




ରୋମୀୟ 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ବିଜାତିମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

24 ସେଥିନିମନ୍ତେ ତ ସେ କେବଳ ଯିହୂଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୂଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଇହୁଦୀ ତଥା ଅଣଇହୁଦୀମାନଙ୍କ ମଧ୍ୟରୁ ସେ ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

24 ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।

Gade chapit la Kopi




ରୋମୀୟ 9:24
20 Referans Kwoze  

ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।


ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।


Swiv nou:

Piblisite


Piblisite