Biblia Todo Logo
Bib sou entènèt

- Piblisite -




ରୋମୀୟ 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 “ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ଵରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।”

Gade chapit la Kopi

ଓଡିଆ ବାଇବେଲ

26 "ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯେଉଁ ସ୍ଥାନରେ ସେମାନଙ୍କୁ କହିଥିଲୁ, ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ’, ସେଠାରେ ସେମାନେ ଜୀବିତ ଈଶ୍ୱରଙ୍କ ସନ୍ତାନ ବୋଲି କୁହାଯିବେ।”

Gade chapit la Kopi

ପବିତ୍ର ବାଇବଲ

26 ଏବଂ “ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ, ‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’- ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।”

Gade chapit la Kopi




ରୋମୀୟ 9:26
13 Referans Kwoze  

କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,


ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


Swiv nou:

Piblisite


Piblisite