Biblia Todo Logo
Bib sou entènèt

- Piblisite -




ରୋମୀୟ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଯେଉଁମାନେ ଶାରୀରିକଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ।

Gade chapit la Kopi




ରୋମୀୟ 9:3
27 Referans Kwoze  

ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”


ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”


ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।


ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”


ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।


ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,


ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।


ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।


ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।


ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?


ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।


ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;


Swiv nou:

Piblisite


Piblisite