Biblia Todo Logo
Bib sou entènèt

- Piblisite -




ରୋମୀୟ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ- ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ଵର ଯୁଗେ ଯୁଗେ ଧନ୍ୟ , ଆମେନ୍।

Gade chapit la Kopi

ଓଡିଆ ବାଇବେଲ

5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

Gade chapit la Kopi




ରୋମୀୟ 9:5
45 Referans Kwoze  

କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ମୁଁ ଓ ପିତା ଏକ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।


ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।


କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।


ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।


ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,


ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍, ଆମେନ୍‍।


ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍‍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।


ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍‍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।


କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।


ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”


Swiv nou:

Piblisite


Piblisite