Biblia Todo Logo
Bib sou entènèt

- Piblisite -




ରୋମୀୟ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ”।

Gade chapit la Kopi

ଓଡିଆ ବାଇବେଲ

7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ "ଇସ୍‍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ" ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିଅବା ଅବ୍ରାହାମଙ୍କ ବଂଶଧରମାନେ ସମସ୍ତେ ଈଶ୍ୱରଙ୍କ ସନ୍ତାନ ନୁହନ୍ତି। ଈଶ୍ୱର ଅବ୍ରାହାମଙ୍କୁ କହିଥିଲେ: “ତୁମର ଯେଉଁ ବଂଶଧରମାନଙ୍କ ବିଷୟରେ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ସେମାନେ ଯିସାହାକଙ୍କଠାରୁ ଜାତ ହେବେ।”

Gade chapit la Kopi

ପବିତ୍ର ବାଇବଲ

7 ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍‌‌ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।”

Gade chapit la Kopi




ରୋମୀୟ 9:7
11 Referans Kwoze  

ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,


ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?


ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ହେ ଭାଇମାନେ, ତୁମ୍ଭେମାନେ ଇସ୍‌ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।


Swiv nou:

Piblisite


Piblisite