Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ବିଚାରକର୍ତ୍ତୃଗଣ ବିଚାର କରିବା କାଳେ ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥ୍ଲିହିମ-ଯିହୁଦାର ଜଣେ ଲୋକ ଆପଣା ଭାର୍ଯ୍ୟା ଓ ଦୁଇ ପୁତ୍ର ଘେନି ମୋୟାବ ଦେଶରେ ପ୍ରବାସ କରିବାକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

1 ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ଯେତେବେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସେହି ଦେଶରେ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଏଲିମେଲକ ନାମକ ଜଣେ ଲୋକ ଯିହୁଦାସ୍ଥିତ ନିଜର ଗୃହ ବୈ‌ଥ୍‌ଲେହେମକୁ ପରିତ୍ୟାଗ କଲା ଏବଂ ସେ ତା'ର ସ୍ତ୍ରୀ ଓ ଦୁଇ ପୁତ୍ର ସହିତ ମୋୟାବ ଦେଶରେ ବାସ କରିବାକୁ ଗଲା।

Gade chapit la Kopi




ରତର ବିବରଣ 1:1
26 Referans Kwoze  

ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।


ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।


“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;


ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।


ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।


“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।


ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।


ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।


ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।


ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।


Swiv nou:

Piblisite


Piblisite