Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ସେ ସ୍ତ୍ରୀ ଆପଣା ପୁତ୍ରବଧୂମାନଙ୍କୁ ଘେନି ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ଉଠିଲା, ଯେହେତୁ ସଦାପ୍ରଭୁ ଯେ ଆପଣା ଲୋକଙ୍କର ତତ୍ତ୍ଵାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ସେ ସ୍ତ୍ରୀ ମୋୟାବ ଦେଶରେ ଥାଇ ଶୁଣିଲା।

Gade chapit la Kopi

ଓଡିଆ ବାଇବେଲ

6 ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।

Gade chapit la Kopi

ପବିତ୍ର ବାଇବଲ

6 ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା'ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ।

Gade chapit la Kopi




ରତର ବିବରଣ 1:6
27 Referans Kwoze  

ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।


ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।


ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।


ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;


ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।


ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।


ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।


ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।


ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।


ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।


ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।


ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।


ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।


Swiv nou:

Piblisite


Piblisite