Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ। ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।

Gade chapit la Kopi

ଓଡିଆ ବାଇବେଲ

20 ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”

Gade chapit la Kopi

ପବିତ୍ର ବାଇବଲ

20 ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”

Gade chapit la Kopi




ରତର ବିବରଣ 2:20
15 Referans Kwoze  

ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।


ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।


ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।


ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।


ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;


ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”


ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।


ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”


ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”


ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।


ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”


Swiv nou:

Piblisite


Piblisite