Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ।

Gade chapit la Kopi




ରତର ବିବରଣ 3:3
10 Referans Kwoze  

ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,


ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।


ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।


Swiv nou:

Piblisite


Piblisite