Biblia Todo Logo
Bib sou entènèt

- Piblisite -




ପରମ ଗୀତ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ।

Gade chapit la Kopi

ଓଡିଆ ବାଇବେଲ

16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।

Gade chapit la Kopi

ପବିତ୍ର ବାଇବଲ

16 ଦେଖ, ହେ ମୋର ପ୍ରିୟତମା, ତୁମ୍ଭେ ସୁନ୍ଦରୀ ଅଟ, ହଁ ତୁମ୍ଭେ ମନୋଲୋଭା ଏବଂ ଆମ୍ଭମାନଙ୍କର ଶଯ୍ୟା ତାଜା ସବୁଜ ଘାସ ଅଟେ।

Gade chapit la Kopi




ପରମ ଗୀତ 1:16
13 Referans Kwoze  

ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।


ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!


Swiv nou:

Piblisite


Piblisite