Biblia Todo Logo
Bib sou entènèt

- Piblisite -




ପରମ ଗୀତ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ। ସେମାନେ ମୋତେ ପ୍ରହାର କଲେ। ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର ରକ୍ଷକମାନେ ମୋ'ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।

Gade chapit la Kopi




ପରମ ଗୀତ 5:7
25 Referans Kwoze  

ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?”


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।


“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।


ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite