Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ଵରସ ପାନ କରାନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନେଇଯା’ନ୍ତି। ସେ ମୋତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ବ ରସ ପାନ କରାନ୍ତି।

Gade chapit la Kopi




ପରମ ଗୀତ 8:2
16 Referans Kwoze  

ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।


ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!


କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।


ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।


Swiv nou:

Piblisite


Piblisite