Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।

Gade chapit la Kopi

ଓଡିଆ ବାଇବେଲ

9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।

Gade chapit la Kopi

ପବିତ୍ର ବାଇବଲ

9 ଯେବେ ସେ ପ୍ରାଚୀର ସ୍ୱରୂପା ହୁଏ। ତେବେ ଆମ୍ଭେମାନେ ତାକୁ ରୂପା ଗହଣାରେ ଢାଙ୍କି ଦେବୁ। ଯଦି ସେ ଏକ ଦ୍ୱାର ପରି ହୁଏ, ତେବେ ଆମ୍ଭେମାନେ ତାକୁ ଏରସ ପଟାରେ ଆବରଣ କରିଦେବୁ।

Gade chapit la Kopi




ପରମ ଗୀତ 8:9
14 Referans Kwoze  

“‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।


ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।


ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।


ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।


Swiv nou:

Piblisite


Piblisite