Biblia Todo Logo
Bib sou entènèt

- Piblisite -




ତୀତସ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କର ଜଣେ, ସେମାନଙ୍କର ସ୍ଵଜାତୀୟ ଜଣେ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କ୍ରୀଟର ଅଧିବାସୀମାନଙ୍କ ସମ୍ବନ୍ଧରେ ସେମାନଙ୍କର ଜଣେ ଲେଖକ କହିଛନ୍ତି: “କ୍ରୀଟୀୟମାନେ ସର୍ବଦା ମିଥ୍ୟାବାଦୀ, ସେମାନେ ହିଂସ୍ରପଶୁବତ୍; ଶ୍ରମକାତର ଓ ଉଦରମ୍ଭରି।”

Gade chapit la Kopi

ପବିତ୍ର ବାଇବଲ

12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟ‌‌ଦ୍‌‌‌‌ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।”

Gade chapit la Kopi




ତୀତସ 1:12
12 Referans Kwoze  

ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।


ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,


ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।


ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ।


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


Swiv nou:

Piblisite


Piblisite