Biblia Todo Logo
Bib sou entènèt

- Piblisite -




ତୀତସ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7-8 ସକଳ ବିଷୟରେ ସତ୍କର୍ମ ସାଧନ କରି ତୁମେ ନିଜ ଜୀବନରେ ଆଦର୍ଶ ଦେଖାଅ। ଆନ୍ତରିକତା ଓ ଗାମ୍ଭୀର୍ଯ୍ୟ ସହ ସଂଯତ ଭାଷାରେ ଶିକ୍ଷା ଦାନ କର - ତାହାହେଲେ, କେହି ତୁମକୁ କଟୁ ସମାଲୋଚନା କରିପାରିବେ ନାହିଁ ଏବଂ ତୁମ ଶତ୍ରୁମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଅଯଥା ଅଭିଯୋଗ ଆଣି ନ ପାରି ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ନିଜେ ଯୁବକମାନଙ୍କ ପାଇଁ ପ୍ରତ୍ୟେକ ଭାବରେ ଆଦର୍ଶ ହେବା ପାଇଁ ଉତ୍ତମ କାମ କରିବା ଦରକାର। ତୁମ୍ଭର ଶିକ୍ଷା ଦେବାରେ ତୁମ୍ଭେ ସଚ୍ଚୋଟ ଓ ଗମ୍ଭୀର ରହିବା ଉଚିତ୍।

Gade chapit la Kopi




ତୀତସ 2:7
12 Referans Kwoze  

ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।


ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


Swiv nou:

Piblisite


Piblisite