Biblia Todo Logo
Bib sou entènèt

- Piblisite -




ତୀତସ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ।

Gade chapit la Kopi

ଓଡିଆ ବାଇବେଲ

11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମେ ଜାଣିଛ, ଏଭଳି ବ୍ୟକ୍ତି କିପରି ଦୁର୍ନୀତିଗ୍ରସ୍ତ - ତା’ର କାର୍ଯ୍ୟକଳାପ ଦ୍ୱାରା ସେ ଆପଣାକୁ ପାପିଷ୍ଠ ବୋଲି ନିଜେ ପ୍ରମାଣିତ କରେ।

Gade chapit la Kopi

ପବିତ୍ର ବାଇବଲ

11 ଯଦି ତା'ପରେ ମଧ୍ୟ ସେ ପୁନଃ ତର୍କବିତର୍କ କରେ, ତା’ ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସେଭଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

Gade chapit la Kopi




ତୀତସ 3:11
13 Referans Kwoze  

କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।


ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।


ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,


ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।


Swiv nou:

Piblisite


Piblisite