Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।”

Gade chapit la Kopi




ଯିଖରୀୟ 1:10
13 Referans Kwoze  

ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”


“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।


ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।


Swiv nou:

Piblisite


Piblisite