Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।

Gade chapit la Kopi

ଓଡିଆ ବାଇବେଲ

17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”

Gade chapit la Kopi

ପବିତ୍ର ବାଇବଲ

17 ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”

Gade chapit la Kopi




ଯିଖରୀୟ 1:17
33 Referans Kwoze  

କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।


ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।


ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।


ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”


ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।


ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।


ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।


ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।


Swiv nou:

Piblisite


Piblisite