Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

6 ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”

Gade chapit la Kopi




ଯିଖରୀୟ 1:6
46 Referans Kwoze  

ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।


ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।


ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।


ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।


ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।


ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”


ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।


“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।


ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।


ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।


ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।


ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;


ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।


“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।


Swiv nou:

Piblisite


Piblisite