Biblia Todo Logo
Bib sou entènèt

- Piblisite -




ଯିଖରୀୟ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ତ ଦୂରୀକୃତ ହେବ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।

Gade chapit la Kopi

ପବିତ୍ର ବାଇବଲ

11 ସେମାନେ ଦାରୁଣ ବ୍ୟଥାର ସମୁଦ୍ର ମଧ୍ୟଦେଇ ପାର ହେବେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିଯିବ। ଅଶୂରର ଗର୍ବ ନତ ହେବ ଏବଂ ମିଶରର ରାଜଦଣ୍ତ ଗ୍ଭଲିଯିବ।

Gade chapit la Kopi




ଯିଖରୀୟ 10:11
25 Referans Kwoze  

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।


ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।


ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?


ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?


ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।


ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।


ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।


ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’


Swiv nou:

Piblisite


Piblisite