Biblia Todo Logo
Bib sou entènèt

- Piblisite -




ଯିଖରୀୟ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଦକ୍ଷିଣ ଚକ୍ଷୁରେ ଖଡ଼୍‍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଦକ୍ଷିଣ ଚକ୍ଷୁ ସର୍ବତୋଭାବେ ଅନ୍ଧକାରଗ୍ରସ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।

Gade chapit la Kopi

ପବିତ୍ର ବାଇବଲ

17 ଯେ ଅଯୋଗ୍ୟ ମେଷପାଳକ, ସେ ପଲକୁ ତ୍ୟାଗ କରେ। ତାକୁ ଧିକ୍! ‌‌ ଖ‌ଡ଼୍‌ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚୟ ଶୁଷ୍କ ହେବ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚୟ ଅନ୍ଧ ହୋଇଯିବ।

Gade chapit la Kopi




ଯିଖରୀୟ 11:17
28 Referans Kwoze  

ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?


ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;


“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।


ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।


ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।


Swiv nou:

Piblisite


Piblisite