Biblia Todo Logo
Bib sou entènèt

- Piblisite -




ଯିଖରୀୟ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ଯିରୂଶାଲମର ନିବାସୀମାନେ ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସାହାଯ୍ୟରେ ମୋର ବଳସ୍ଵରୂପ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, “ଯିରୂଶାଲମର ନିବାସୀମାନେ ଆମର ବଳସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’

Gade chapit la Kopi




ଯିଖରୀୟ 12:5
28 Referans Kwoze  

ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।


ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।


ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।


କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।


ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।


ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି, ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ।


ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


Swiv nou:

Piblisite


Piblisite