ଯିଖରୀୟ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Gade chapit laଓଡିଆ ବାଇବେଲ8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Gade chapit laପବିତ୍ର ବାଇବଲ8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।