Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ଵା କ୍ଷୟ ପାଇବ।

Gade chapit la Kopi

ଓଡିଆ ବାଇବେଲ

12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।

Gade chapit la Kopi

ପବିତ୍ର ବାଇବଲ

12 ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସେହିମାନଙ୍କ ବିରୁଦ୍ଧରେ ଯେଉଁମାନେ ଯିରୁଶାଲମ ବିରୁଦ୍ଧରେ ଲଢ଼ୁଥିଲେ। ଲୋକମାନେ ଛିଡ଼ା ହୋଇ ଥିବା ବେଳେ ସେମାନଙ୍କର ଚର୍ମ ପଚିଯିବ। ସେମାନଙ୍କର ଚକ୍ଷୁ କୋଟର ମଧ୍ୟରେ ପଶିଯିବ ଓ ଜିହ୍ୱା ପାଟି ମଧ୍ୟରେ ପଶିଯିବ।

Gade chapit la Kopi




ଯିଖରୀୟ 14:12
34 Referans Kwoze  

ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?


ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”


ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।


ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।


ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।


ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।


ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।


Swiv nou:

Piblisite


Piblisite