Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।

Gade chapit la Kopi

ଓଡିଆ ବାଇବେଲ

21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।

Gade chapit la Kopi

ପବିତ୍ର ବାଇବଲ

21 ସମସ୍ତ ଜଳପାତ୍ର ଯିରୁଶାଲମ ଓ ଯିହୁଦାରେ ‘ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହେବ।’ ନୈବେଦ୍ୟ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସେମାନଙ୍କଠାରୁ ଜଳପାତ୍ର ନେବେ ଏବଂ ବଳିଦାନର ମାଂସ ରନ୍ଧନ କରିବେ। ସେହି ଦିନ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିରରେ ଆଉ ବ୍ୟବସାୟୀ ନ ଥିବେ।

Gade chapit la Kopi




ଯିଖରୀୟ 14:21
27 Referans Kwoze  

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।


ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”


କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।


ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।


ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?


ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।


ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।


Swiv nou:

Piblisite


Piblisite