Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ସେତେବେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।

Gade chapit la Kopi




ଯିଖରୀୟ 14:3
22 Referans Kwoze  

ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।


ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”


ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।


Swiv nou:

Piblisite


Piblisite