Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।

Gade chapit la Kopi

ପବିତ୍ର ବାଇବଲ

4 ସେତେବେଳେ ସଦାପ୍ରଭୁଙ୍କର ଦୁଇ ପଦ ଯିରୁଶାଲମର ପୂର୍ବ ଦିଗରେ ଥିବା ଅଲିଭ ପର୍ବତ ଉପରେ ଠିଆ ହେବ। ସେହି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହେବ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହୋଇ ବିସ୍ତୃତ ହେବ।

Gade chapit la Kopi




ଯିଖରୀୟ 14:4
16 Referans Kwoze  

ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।


ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।


ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।


ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।


ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


Swiv nou:

Piblisite


Piblisite