Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।

Gade chapit la Kopi

ପବିତ୍ର ବାଇବଲ

8 ସେଦିନ, ଯିରୁଶାଲମରୁ ସ୍ୱଚ୍ଛ ଜଳ ପ୍ରବାହିତ ହେବ। ସେ ଅଧା ପ୍ରବାହିତ ହେବ ସମୁଦ୍ର ଆଡ଼କୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡ଼କୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳରେ ହେବ।

Gade chapit la Kopi




ଯିଖରୀୟ 14:8
18 Referans Kwoze  

ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।


ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।


ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]


Swiv nou:

Piblisite


Piblisite