Biblia Todo Logo
Bib sou entènèt

- Piblisite -




ଯିଖରୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି,

Gade chapit la Kopi




ଯିଖରୀୟ 2:5
28 Referans Kwoze  

ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।


ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।


ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।


ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।


ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?


ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚ ଶହ ଓ ପ୍ରସ୍ଥରେ ପାଞ୍ଚ ଶହ (ଦଣ୍ଡ) ଥିଲା।


ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।


ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite