Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ଏ କି ଅଗ୍ନିରୁ କଢ଼ା ଖଣ୍ତେ ପୋଡ଼ଖୁଣ୍ଟା ନୁହେଁ?

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?”

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ସଦାପ୍ରଭୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶୟତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ଯିରୁଶାଲମକୁ ତାଙ୍କ ସ୍ୱତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସେହି ନଗରକୁ ରକ୍ଷା କରିଥିଲେ।”

Gade chapit la Kopi




ଯିଖରୀୟ 3:2
22 Referans Kwoze  

“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।


କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।


ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।


‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”


ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।”


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;


Swiv nou:

Piblisite


Piblisite