Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ମୁଁ କହିଲି, ଲୋକମାନେ ଏହାର ମସ୍ତକରେ ସୁନ୍ଦର ପାଗ ଦିଅନ୍ତୁ। ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପାଗ ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ !” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ମୁଁ କହିଲି, “ତା'ର ମସ୍ତକରେ ଏକ ନିର୍ମଳ ପଗଡ଼ି ବାନ୍ଧି ଦିଅନ୍ତୁ।” ତେଣୁ ସେମାନେ ତାଙ୍କର ମସ୍ତକରେ ନିର୍ମଳ ପଗଡ଼ି ବାନ୍ଧି ଦେଲେ। ସେମାନେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖରେ ଠିଆ ହୋଇଥିଲେ।

Gade chapit la Kopi




ଯିଖରୀୟ 3:5
13 Referans Kwoze  

ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।


ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”


ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


Swiv nou:

Piblisite


Piblisite