Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ଵାରା ନୁହେଁ, କିଅବା ବଳ ଦ୍ଵାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ଵାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ

6 ସେ କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, ‘ଏହା ପରାକ୍ରମ କି ବଳଦ୍ୱାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

Gade chapit la Kopi




ଯିଖରୀୟ 4:6
33 Referans Kwoze  

କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”


ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।


ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!


“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;


ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”


ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।


ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।


ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।


Swiv nou:

Piblisite


Piblisite