Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ସେହି ସ୍ୱର୍ଗଦୂତ କହିଲେ, “ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧରେ ଯାଉଛି। ଏହା ଗ୍ଭେର ଏବଂ ମିଥ୍ୟାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହୋଇ ଖସି ଯାଇଛନ୍ତି।

Gade chapit la Kopi




ଯିଖରୀୟ 5:3
42 Referans Kwoze  

ତୁମ୍ଭେ ଚୋରି କରିବ ନାହିଁ।


ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।


ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।


ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।


ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।


କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।


ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।


ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।


କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”


ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।


ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;


Swiv nou:

Piblisite


Piblisite