Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ମୁଁ କହିଲି, ଏ କଅଣ? ତହୁଁ ସେ କହିଲେ, ଏହା ଐଫା-ପାତ୍ର, ଯାହା ବାହାରକୁ ଯାଉଅଛି; ସେ ଆହୁରି କହିଲେ, ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପ୍ରତିରୂପ ଅଟେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଉତ୍ତର କଲି, “ଏହା କ’ଣ?” ସେ କହିଲେ, “ତାହା ଏକ ମାପ କରିବା ଟୋକେଇ” ଏବଂ “ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।”

Gade chapit la Kopi




ଯିଖରୀୟ 5:6
8 Referans Kwoze  

“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।


ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।


ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”


ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?


ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”


Swiv nou:

Piblisite


Piblisite