Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ମୁଁ ଆପଣା ଚକ୍ଷୁ ଟେକି ଦେଖିଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ଐଫାକୁ ଉଠାଇଲେ।

Gade chapit la Kopi

ଓଡିଆ ବାଇବେଲ

9 ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।

Gade chapit la Kopi




ଯିଖରୀୟ 5:9
9 Referans Kwoze  

ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।


ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”


ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,


ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।


ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।


ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”


Swiv nou:

Piblisite


Piblisite