Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୁଁ ପୁନର୍ବାର ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା; ସେହି ପର୍ବତ ପିତ୍ତଳମୟ ପର୍ବତ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ୟରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।

Gade chapit la Kopi




ଯିଖରୀୟ 6:1
22 Referans Kwoze  

ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।


ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।


କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


Swiv nou:

Piblisite


Piblisite