Biblia Todo Logo
Bib sou entènèt

- Piblisite -




ଯିଖରୀୟ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି?

Gade chapit la Kopi

ଓଡିଆ ବାଇବେଲ

3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?”

Gade chapit la Kopi

ପବିତ୍ର ବାଇବଲ

3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?”

Gade chapit la Kopi




ଯିଖରୀୟ 7:3
21 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।


ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।


ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?


ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।


ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite