Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା; ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।

Gade chapit la Kopi

ପବିତ୍ର ବାଇବଲ

10 ସେହି ଦିନ ପୂର୍ବରୁ ମନୁଷ୍ୟ ପାଇଁ ବେତନ ନ ଥିଲା, ପଶୁ ପାଇଁ ଆୟ ନ ଥିଲା, ବାହାରକୁ ଯିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତ୍ରୁମାନଙ୍କଠାରୁ କୌଣସି ନିରାପତ୍ତା ନ ଥିଲା, କାରଣ ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।

Gade chapit la Kopi




ଯିଖରୀୟ 8:10
11 Referans Kwoze  

ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।


ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;


Swiv nou:

Piblisite


Piblisite