Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୁଦ୍ଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି;

Gade chapit la Kopi

ଓଡିଆ ବାଇବେଲ

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ

14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ।

Gade chapit la Kopi




ଯିଖରୀୟ 8:14
12 Referans Kwoze  

ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରିଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।


ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;


ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;


ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


“ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।


Swiv nou:

Piblisite


Piblisite