Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବଜ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।।।

Gade chapit la Kopi

ଓଡିଆ ବାଇବେଲ

19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”

Gade chapit la Kopi

ପବିତ୍ର ବାଇବଲ

19 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”

Gade chapit la Kopi




ଯିଖରୀୟ 8:19
27 Referans Kwoze  

ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,


ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;


ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?


ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”


ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”


ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।


ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।


ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,


ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


Swiv nou:

Piblisite


Piblisite