Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ସତ୍ୟ ଓ ଧାର୍ମିକତାରେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।’”

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।”

Gade chapit la Kopi




ଯିଖରୀୟ 8:8
30 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।


ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।


ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।


ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”


ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।


ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।


“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”


ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”


ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite