Biblia Todo Logo
Bib sou entènèt

- Piblisite -




ଯିଖରୀୟ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ଆପଣା ଲୋକମାନଙ୍କୁ ପଲ ସ୍ଵରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ଵରୂପ ତାହାଙ୍କ ଦେଶର ଊର୍ଦ୍ଧ୍ଵରେ ଉତ୍ଥାପିତ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍‍ଥାପିତ ହେବେ।

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ, ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ। ସେମାନେ ତାଙ୍କ ଦେଶରେ ମୁକୁଟର ରତ୍ନ ସ୍ୱରୂପ ଝ‌କ୍‌ମକ୍ କରିବେ।

Gade chapit la Kopi




ଯିଖରୀୟ 9:16
25 Referans Kwoze  

ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।


ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।


କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


Swiv nou:

Piblisite


Piblisite