Biblia Todo Logo
Bib sou entènèt

- Piblisite -




ଯିଖରୀୟ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟ; ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।

Gade chapit la Kopi

ଓଡିଆ ବାଇବେଲ

5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।

Gade chapit la Kopi

ପବିତ୍ର ବାଇବଲ

5 “ଅସ୍କିଲୋନ ତାହା ଦେଖି ଭୟଭୀତ ହେବ ଓ ଘସାର ଲୋକମାନେ ଭୟରେ ଥରିବେ। ଇକ୍ରୋଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସାରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ୟ ଅସ୍କିଲୋନ ଜନଶୂନ୍ୟ ହେବ।

Gade chapit la Kopi




ଯିଖରୀୟ 9:5
18 Referans Kwoze  

ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।


ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।


ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।


ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।


ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।


ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।


Swiv nou:

Piblisite


Piblisite