Biblia Todo Logo
Bib sou entènèt

- Piblisite -




ଯିଖରୀୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।

Gade chapit la Kopi




ଯିଖରୀୟ 9:9
43 Referans Kwoze  

ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।


ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।


ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”


ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।


ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।


“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।


ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।


ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!


ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”


ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।


Swiv nou:

Piblisite


Piblisite