Biblia Todo Logo
Bib sou entènèt

- Piblisite -




ସିଫନୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ।

Gade chapit la Kopi

ଓଡିଆ ବାଇବେଲ

15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।

Gade chapit la Kopi

ପବିତ୍ର ବାଇବଲ

15 ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।

Gade chapit la Kopi




ସିଫନୀୟ 2:15
27 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?


ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!


ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।


ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।


ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।


ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।


ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।


କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।


Swiv nou:

Piblisite


Piblisite