Biblia Todo Logo
Bib sou entènèt

- Piblisite -




ସିଫନୀୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି , ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi

ଓଡିଆ ବାଇବେଲ

8 ମୋୟାବର ଧିକ୍‍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍‍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ କୁହନ୍ତି, “ଆମ୍ଭେ ଶୁଣିଛୁ ମୋୟାବ ଓ ଅମ୍ମୋନର ଲୋକମାନେ କ’ଣ କହିଲେ। ସେହି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସେମାନେ ନିଜର ରାଜ୍ୟକୁ ବଢ଼ାଇବା ପାଇଁ ସେମାନଙ୍କର ଜମି ସବୁ ଅକ୍ତିଆର କଲେ।

Gade chapit la Kopi




ସିଫନୀୟ 2:8
19 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।


ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।


ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;


ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,


ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;


ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।


ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।


ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।


ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।


ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’


Swiv nou:

Piblisite


Piblisite