Biblia Todo Logo
Bib sou entènèt

- Piblisite -




ସିଫନୀୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ ; ଅଥବା ପ୍ରତାରକ ଜିହ୍ଵା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଇସ୍ରାଏଲରେ ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ଯ୍ୟ କରିବେ ନାହିଁ। ସେମାନେ ମିଥ୍ୟା କହିବେ ନାହିଁ। ସେମାନଙ୍କ ମଧ୍ୟରେ କୌଣସି ମିଥ୍ୟାବାଦୀ ରହିବେ ନାହିଁ। ସେମାନେ ମେଣ୍ଢାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତିରେ ଶୋଇବେ। କେହି ସେମାନଙ୍କୁ ବ୍ୟସ୍ତ କରିବେ ନାହିଁ।”

Gade chapit la Kopi




ସିଫନୀୟ 3:13
46 Referans Kwoze  

ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।


ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।


ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।


ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ


ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।


ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।


ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।


ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।


ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।


ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।


ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।


ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।


ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;


ଏହିରୂପେ ଯିହୋଶାଫଟ୍‍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।


କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।


Swiv nou:

Piblisite


Piblisite